ଭୁବନେଶ୍ୱର( ଏଟିଆର ବ୍ୟୁରୋ): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ । ଆସନ୍ତା ୧ ତାରିଖ ଠାରୁ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ଅନୁମାନ କରାଯାଉଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା । ଆଜି ଠାରୁ ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ଆଶଙ୍କା କରାଯାଉଛି ।
ଆଜି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, କଟକ, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୩୦ ଓ ୩୧ ତାରିଖରେ ମଧ୍ୟ ଏହି ଜିଲ୍ଲା ମାନଙ୍କରେ ମଧ୍ୟମ ଧରଣର ବର୍ଷା ଜାରି ରହିବ । ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୨ ରୁ ୫ ତାରିଖ ମଧ୍ୟରେ ଓଡିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ ।
ସେପ୍ଟେମ୍ବର ୨ ବେଳକୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶରେ ବର୍ଷା ଲାଗି ରହିବ ବୋଲି ସୂଚନା ମଳିଛି । ଏହି ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ଓ ୩୧ ତାରିଖ ପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।