ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ପୁଣି ୨ ତାରିଖରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି । ଯାହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଚଂଳିକ ପାଣିପାଗ ବିଭାଗ ।୨ତାରିଖ ସୁଦ୍ଧା ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ପୁରୀ ଓ ନୟାଗଡ଼ ଆଦି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଗତକାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କାଲିଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। କନ୍ଧମାଳ, ପୁରୀ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବିଙ୍କୁ ବାରଣ କରାଯାଇଛି । ସୂଚନାଯୋଗ୍ୟ ପୂର୍ବରୁ ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ବର୍ଷା ଲାଗି ରହିଥିଲା । ମାତ୍ର ଗତ ଦୁଇଦିନ ହେଲା ଉପକୂଳ ଓଡିଶାରେ ବର୍ଷାର ପରିମାଣ କମ ରହିଛି ।