ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ୨ ଦିନ ହେଲା ଲଗାଣ ବର୍ଷା ଲାଗି ରହିଛି । ତେବେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନୱାଡି ବନ୍ଦ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି ।
ବର୍ଷା ଆହୁରି ୪୮ ଘଣ୍ଟା ପର୍ୟ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।ବର୍ଷାକୁ ଦୃଷ୍ଟିରେ ରଖି ଆଜି ୬ ଟି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି । ସେହିଭଳି ଲଗାଣ ବର୍ଷା ଯୋଗୁ ରେଳ ସେବା ମଧ୍ୟ ପ୍ରଭାବିତ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ସର୍ବାଧିକ ୧୬୬.୫ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।