ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଲୋପ୍ରେସରରେ ପରିଣତ ହୋଇଛି । ଗତକାଲିଠାରୁ ସାରା ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଏଭଳି ୩୬ ଘଣ୍ଟା ପର୍ଯ୍ୟନ୍ତ ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଲଗାଣ ବର୍ଷାରେ ଘରୁ ବାହାରକୁ ବାହାରିବା ଅସମ୍ଭବ ହୋଇପଡିଛି । ରାସ୍ତାରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି । ଯାହାଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କଟକ ଜିଲ୍ଲାରେ ଥିବା ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି ।
ଆଜି ଦିନ ସାରା ପ୍ରବଳ ବର୍ଷା ସହ ଝଡିତୋଫାନ ନେଇ ୧୭ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେହି ସବୁ ଜିଲ୍ଲା ମଧ୍ୟରେ ରହିଛି ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୁଳ, ମୟୂରଭଞ୍ଜ, ଗଞ୍ଜାମ, କନ୍ଧମାଳ,କେନ୍ଦୁଝର, ନୟାଗଡ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ ଓ ବଲାଙ୍ଗିର ।