ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ସେପଟେ ବଙ୍ଗୋପସାଗରର ଉତ୍ତର ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସଂପୃକ୍ତ ଅଞ୍ଚଳ ଉପରେ ଲୋ ପ୍ରେସର ସୃଷ୍ଟି କରିଛି । ଯାହାର ପ୍ରଭାରେ ରାଜ୍ୟରେ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ସର୍ତକ ସୂଚନା ମଧ୍ୟ ଜାରି କରିଛି ।
ଆସନ୍ତା ୨୪ ଘଣ୍ଟା ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିବ । ଏଥିସହ ପାଣିପାଗ ବିଭାଗ ପକ୍ଷରୁ ୧୧ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଏବଂ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲିଠାରୁ ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, ଯାଜପୁର ଓ କଟକ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ । ଏଥିସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭୂସ୍ଫଳନ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡା, ବରଗଡ, ନୟାଗଡ଼, ଗଞ୍ଜାମ, ନୂଆପଡା, ନବରଙ୍ଗପୁର, ମାଲକାନଗିରି, ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଏପର୍ଯ୍ୟନ୍ତ ବଙ୍ଗୋପସାଗରରେ ମୋଟ ୭ଟି ଲଘୁଚାପ ସୃଷ୍ଟି ହୋଇସାରିଲାଣି । ରାଜ୍ୟରେ ମୋଟ ୮୩୩.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024