ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଥିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହିତ କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି କରିବା ସହିତ ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।
ଗତକାଲି ସନ୍ଧ୍ୟାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହିତ ସାମାନ୍ୟ ବର୍ଷା ହୋଇଥିଲା । କିନ୍ତୁ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି ।