ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ରାଜ୍ୟରେ ମୌସୁମୀ ଦୁର୍ବଳ ଥିବାରୁ କିଛି ଦିନ ପୂର୍ବରୁ ଖରା ହେଉଥିଲା କିନ୍ତୁ ବଙ୍ଗୋପସାଗରରେ ଉତ୍ତରପୂର୍ବ ଉପକୂଳରେ ଲଘୁଚାପ ଯୋଗୁଁ ଆଜିଠୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ରବିବାର ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଗ କୋହଳିଆ ରହିବା ସହିତ ଲଘୁଚାପ ପାଇଁ ଅତ୍ୟଧିକ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ତରଫରୁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଏବଂ କଳାହାଣ୍ଡି । ସେହିଭଳି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ସେଗୁଡ଼ିକ ହେଲା ମୟୁରଭଞ୍ଜ, ବାଲେଶ୍ୱର , ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ । ଲଘୁଚାପ ପାଇଁ ସମୁଦ୍ର କୂଳରେ ବିପଦକୁ ନେଇ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ତେବେ ଆଜିଠୁ ଅଧିକ ମାତ୍ରାରେ ବର୍ଷା ସହିତ କିଛି ସ୍ଥାନରେ ଘଡଘଡି ହେବାର ସମ୍ଭାବନା ଅଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024