ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ଡିସେମ୍ବର ୧ ତରିଖ ଠାରୁ ରଙ୍ଗ ବେରଙ୍ଗର ଆଲୋକରେ ଝଲସିବ କୋଣାର୍କ । ପ୍ରତିବର୍ଷ ଭଳି ଚଳିତ ବର୍ଷ ଡିସେମ୍ବର ୧ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ଆନ୍ତର୍ଜାତୀୟ କୋଣାର୍କ ଉତ୍ସବ । ୧ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କୋଣାର୍କ ଉତ୍ସବ । ଏନେଇ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଅବସରରେ ଚନ୍ଦ୍ରଭାଗାରେ ବାଲୁକା କଳା ପ୍ରଦର୍ଶନୀ ଅନୁଷ୍ଠିତ ହେବ । ଏଥିରେ ୬ ଟି ଦେଶର ବାଲୁକା ଶିଳ୍ପୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
ସେହିଭଳି କୋଣାର୍କ ଉତ୍ସବରେ ପୁସ୍ତକ ମେଳା ମଧ୍ୟ ଅନୁଷ୍ଠିତ ହେବ । ଉତ୍ସବ ଦେଖିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ସ୍ୱତନ୍ତ୍ର ଟୁର ପ୍ୟାକେଜର ବ୍ୟବସ୍ଥା କରାଯାଇଛି । ଏହି ଅବସରରେ କୋଣାର୍କ ଯାତ୍ରୀ ନିବାସ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପର୍ଯ୍ୟଟନ ସଚିବ ବିଶାଳ ଦେବଙ୍କ ସମେତ , ପୁରୀ ଜିଲ୍ଲାପାଳ ବଲବନ୍ତ ସିଂ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ବିଶାଲ ସିଂ , ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।