କଟକ(ଏଟିଆର ବ୍ୟୁରୋ): ଆଜି ଜଷ୍ଟିସ ସଞ୍ଜୀବ ପାଣିଗ୍ରାହୀ ହାଇକୋର୍ଟର ନୂତନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ଆଜି ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଶପଥ ଗ୍ରହଣ କରାଇଛନ୍ତି ।
ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ମିଶାଇ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତି ସଂଖ୍ୟା ୧୪ରେ ପହଞ୍ଚିଛି । ହାଇକୋର୍ଟରେ ମଞ୍ଜୁରିପ୍ରାପ୍ତ ବିଚାରପତି ପଦବୀ ୨୭ ଥିବା ବେଳେ ଏବେ ବିଚାରପତି ସଂଖ୍ୟା ୧୪ ହୋଇଛି ।
ହାଇକୋର୍ଟର ନୂତନ ସମ୍ମୀଳନୀ କକ୍ଷରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ଏହି ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସମେତ ଆଇନ ବିଭାଗ ସଚିବ ଶଶୀକାନ୍ତ ମିଶ୍ର, ସ୍ୱତନ୍ତ୍ର ଡିଜି ସତ୍ୟଜିତ ମହାନ୍ତି, ବିଚାର ବିଭାଗୀୟ ଅଧିକାରୀଙ୍କ ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା, କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପୋଲିସ କମିଶନର ସୁଧାଶୁଂ ଷଡଙ୍ଗୀ, ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ପ୍ରମୁଖ ଉପସ୍ଥିତ ଥିଲେ ।