ଭୁବନେଶ୍ୱର(ଏଟିଆରବ୍ୟୁରୋ): କୋର୍ଣାକର ସୁରକ୍ଷା ଦୃଷ୍ଟିକୁ ଆଖି ଆଗରେ ରଖି ଆଜି ଏକ ଉଚ୍ଚ ସ୍ତରୀୟ ବୈଠକ ରାଜ୍ୟ ଅତିଥି ଭବନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମହେଶ ଶର୍ମା, ସଂସ୍କୃତି ସଚିବ ଓ ଏଏସଆଇ ମହାନିର୍ଦ୍ଦେଶକଙ୍କ ସମେତ ରାଜ୍ୟର ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା, କାକଟପୁର ଓ ନିମାପଡା ବିଧାୟକ, ସଂସ୍କୃତି ସଚିବ ଓ ନିର୍ଦ୍ଦେଶକ ସାମିଲ ରହିଥିଲେ । ବୈଠକରେ କୋଣାର୍କର ପୂରା ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରାଯାଇଥିବା ଜଣାପଡିଛି । ଅନ୍ୟପଟେ ଏହି ବୈଠକ ଆରମ୍ଭ ହେବା ପୂର୍ବରୁ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କ ନେତୃତ୍ୱରେ ଗଠିତ ଏକ ୧୫ଜଣିଆ ଦଳ କେନ୍ଦ୍ରମନ୍ତ୍ରୀ ମହେଶ ଶର୍ମାଙ୍କୁ ଭେଟିଛନ୍ତି । ଏହାସହିତ ଏଥିରେ ବିଭିନ୍ନ ଦଳର ପ୍ରତିନିଧି ଓ ସଙ୍ଗଠନମାନ ସାମିଲ ଥିଲେ । ବିଭିନ୍ନ ଦାବି ସମ୍ପର୍କିତ ଏକ ସ୍ମାରକ ପତ୍ର କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛିି । ଏହାସହ ବିଭିନ୍ନ ଦାବି ସହିତ ପାଇକ ସ୍ମାରକୀ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇଛିି । ପାଇକ ସ୍ମାରକୀ କେନ୍ଦ୍ର ୧୯୦କୋଟି ଟଙ୍କା ମଞ୍ଜୁରୀ ପ୍ରଦାନ କରିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ ଏକର ଜାଗା ଦେଲେ କାମ ଆରମ୍ଭ ହେବ ବୋଲି ସୂଚନା ମିଳିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024