ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ ଘୋଷଣା । ଆସନ୍ତା ମେ ୫ ତାରିଖରୁ ମେ ୧୯ ତାରିଖ ପର୍ଯ୍ୟନ୍ତ ଲାଗୁ ହେଲା ଲକଡାଉନ । ୧୪ ଦିନିଆ ଲକଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ରହି କେବଳ ସକାଳ ୬ଟାରୁ ୧୨ ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରିପାରିବେ । ସେହିପରି ସ୍ୱାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।
ରାଜ୍ୟରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ।
ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ। pic.twitter.com/l7nO7He5Fw— I & PR Department, Odisha (@IPR_Odisha) May 2, 2021
କରୋନା ଚେନକୁ ଭାଙ୍ଗିବା ପାଇଁ କଡା ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଆସନ୍ତା ବୁଧବାରଠାରୁ ୧୪ ଦିନିଆ ଲକଡାଉନ ଲାଗୁ ହେବ ।