ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତରାଜ ଓ ଲୋକସେବା ଦିବସ ରୂପେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ଲୋକସଭା ଭବନ କନଭେଶନ ହଲଠାରେ ଆୟୋଜିତ ରାଜ୍ୟସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଲୋକମାନଙ୍କ ସେବାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ଏହିଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହା ପଞ୍ଚମ ପାଳି ଶାସନ ହୋଇଥିବା ବେଳେ ଲୋକମାନଙ୍କ ପାଖରେ ନିଜର ଉତ୍ତମ ସେବା ଯୋଗାଇ ଦେବା ପାଇଁ ବିଭିନ୍ନ ପ୍ରକାରର ପ୍ରୟାସ କରିଆସୁଛନ୍ତି । ଜନସାଧାରଣଙ୍କୁ ଉତ୍ତମ ସେବା ସହ ନିଷ୍ଠାର ସହ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀ, ଦଳୀୟ ନେତା, ଓ ସରକାରୀ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି । ସଚିବାଳୟର ନାମକୁ ବଦଳାଇ ଲୋକସେବା ଭବନ କରାଯାଇଛି । ସେହି ଅନୁଯାୟୀ ଲୋକମାନଙ୍କ ସେବାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି।