ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରୋ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ମହାମରୀରେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢିବା ସହ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଛି । ତେବେ ଆଜି ରାଜ୍ୟ ମନ୍ତ୍ରୀ ମଣ୍ଡଳର ମନ୍ତ୍ରୀ ସୁଶାନ୍ତ ସିଂହ କରୋନା ରୋଗରେ ସଂକ୍ରମିତ ହୋଇଥିବା ଖବର ସାମ୍ନାକୁ ଆସିଛି ।
I have tested positive for Corona and I am stable now. Those who have came in contact with me recently are requested to stay isolated and get tested.
— Susanta Singh (@SusantaSingh11) August 17, 2020
ଏନେଇ ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଟ୍ୱିଟରେ ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି । ତେବେ ମୋ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।ଏହାସହ ଯେଉଁମାନେ ତାଙ୍କ ସଂପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରିଦିଅନ୍ତୁ । ଆଇସୋଲେସନରେ ରହି ଟେଷ୍ଟ କରାଇବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।