ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଏବେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସମ୍ଭାଳିବେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ । ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ ହେଲେ ନିରଞ୍ଜନ ପୂଜାରୀ । ରବିବାର ଗୁଳିମାଡରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ବିୟୋଗ ପରେ ଅର୍ଥମନ୍ତ୍ରୀଙ୍କୁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ଦିଆଯାଇଛି ।
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆବଣ୍ଟନ କରିଛନ୍ତି । ଏବେ ଅର୍ଥମନ୍ତ୍ରୀ ସହ ସ୍ୱାସ୍ଥ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ ନିରଞ୍ଜନ ।