ଭୁବନେଶ୍ୱର(ଏଟିଆର ବ୍ୟୁରୋ): କରୋନା ମୁକାବିଲା କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆସନ୍ତା ଏପ୍ରିଲ ୧୪ ତାରଖ ପର୍ଯ୍ୟନ୍ତ ସାରା ଦେଶ ଲକ୍ ଡାଉନ୍ କରିଦିଆଯାଇଛି । ଏହା ଦ୍ୱାରା ଓଡିଶାର ବିଭିନ୍ନ ଜିଲ୍ଲାର ଲୋକ ମାନେ ରାଜ୍ୟ ବାହାରେ ଫସି ହୋଇରହିଛନ୍ତି । ତେବେ ଆଜି ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଫସିରହିଥିବା ଓଡିଆ ମାନଙ୍କୁ ସାହାର୍ଯ୍ୟ କରିବା ପାଇଁ ବାହାର ରାଜ୍ୟରେ ଥିବା ବିଭିନ୍ନ ଓଡିଆ ସଂଘଠନ ମାନଙ୍କୁ ଅନୁରୋଧ କରିଛନ୍ତି । ଏହା ସହ ଏଥିପାଇଁ ଖର୍ଚ୍ଚ ହୋଇଥିବା ସମସ୍ତ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦିଆଯିବ ବୋଲି ସେ ଭିଡିଓ ଜରିଆରେ କହିଛନ୍ତି ।
ସୂଚନା ଯୋଗ୍ୟ ସାରା ବିଶ୍ୱରେ କରୋନା ଭାଇରସ ପାଇଁ ହାହାକାର ପଡିଛି । ଚୀନର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସରରେ ପ୍ରାୟ୨୪ ହଜାରରୁ ଅଧିକ ଲୋକ ମୃତ୍ୟୁ ବରଣ କରିସାରିଲେଣି । ଏହି ଭାଇରସ ୧୯୮ ଟି ଦେଶକୁ ବ୍ୟାପି ସାରିଲାଣି । ତେବେ ଭାରତରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଭାରତରେ ୮୦୦ରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ଥିବା ବେଳେ ୨୦ଜଣଙ୍କ ମୃତ୍ୟୁ ହୋଇଛି । ସେହିଭଳି ଓଡିଶାରେ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାରା ମୁକାବିଲା କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାରର ପଦକ୍ଷେପ ମାନ ଗ୍ରହଣ କରାଯାଉଛି ।