ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଗୋଟି, ଦିନରେ ନୂତନ ଭାବେ ୩୩୭୧ ଜଣ କରୋନା ରୋଗୀୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ପ୍ରଥମ ଥର ପାଇଁ ଗୋଟିଏ ଦିନରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୫୩ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩୧୮ ଟି ଲୋକାଲ କେସ ରହିଛି । ସେହିଭଳି ଆଜି କେବଳ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୪୭ ଜଣ ଚିହ୍ନଟ ହୋଇଛନ୍ତି ।
ସେହିଭଳି ଆଜି ରାଜ୍ୟରେ କରୋନା ୧୩ ଜଣଙ୍କ ମୁଣ୍ଡ ନେଇଛି । କରୋନାରେ ଆଜି ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଆଜିର ମୃତକଙ୍କ ମଧ୍ୟରେ ସମ୍ବଲପୁର ଓ ସୁ୍ନ୍ଦରଗଡ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ, କେନ୍ଦୁଝର , ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଲୋକଙ୍କର ମୃତ୍ୟୁ ହୋଇଛି ।
ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୭୬୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁୁ ୨୭୬୩୮ ଟି ଆକ୍ଟିଭ କେସ ରହିଥିବା ବେଳେ ୫୯୪୭୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ।