ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବସିବ ବୈଠକ । ଏଥିରେ ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ । ଏହାସହିତ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ବାଜିପାରେ ମୋହର ।
ମନ୍ତ୍ରୀ ପରିଷଦର ଅନୁମୋଦନ ପରେ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନରେ ଅତିରିକ୍ତ ବଜେଟ୍ ଆଗତ ହେବ ।