ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବାତ୍ୟା ‘ୟାସ୍’ ର କ୍ଷୟକ୍ଷତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଆଲୋଚନାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ରାଜ୍ୟପାଳ ଗଣେଶୀଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ମୁଖ୍ୟ ଶାସନ ସଚିବ, ଏସଆରସି ଏବଂ ବହୁ ବରିଷ୍ଠ ଅଧିକାରୀ ସାମିଲ ଥିଲେ । ବୈଠକରେ ବାତ୍ୟା କ୍ଷୟକ୍ଷତିର ଏକ ଭିଡିଓ ପ୍ରଧାନମନ୍ତ୍ରୀଙ୍କୁ ଦେଖା ଯାଇଛି ।
ବାତ୍ୟା କ୍ଷୟକ୍ଷତି ନେଇ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ରେସପନ୍ସ ହେଡରେ ରାଜ୍ୟପକ୍ଷରୁ କିଛି ଟଙ୍କା ମଗାଯାଇଛି । ଦୀର୍ଘକାଳୀନ ପ୍ରସ୍ତୁତି ନିମନ୍ତେ ଡିଜାଷ୍ଟର ରେଜିଡେନ୍ସ ପାୱାର ସିଷ୍ଟମ ଏବଂ କୋଷ୍ଟାଲ ଷ୍ଟର୍ମ ସର୍ଜ ପ୍ରୋଟେକ୍ସନର ଆବଶ୍ୟକତା ରହିଛି ।