ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ – ପଶ୍ଚିମ ରାଜସ୍ଥାନ ଉତ୍ତର ଛତିଶଗଡ ଓ ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଫଳରେ ଏହି ଘଡଘଡିସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହା ୨୪ଘଣ୍ଟା ପରେ କମିଯିବ । କିନ୍ତୁ ପୁଣି ୧୮ତାରିଖରୁ ବର୍ଷା ହେବ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି । ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ହେବାକୁ ଥିବା ବର୍ଷା ସହ ଘଡଘଡି ମାରିବାର ମଧ୍ୟ ସମ୍ଭାବନା ରହିଛି ।
ଏଥିସହ ଏହି ସମୟରେ ପବନର ବେଗ ୫୦ରୁ ୬୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଓଡିଶା ସମେତ ଯାଜପୁର, ଢେଙ୍କାନାଳ, ଅନୁଗୁଳ, କଟକ, ଯାଜପୁର ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ୨୪ଘଣ୍ଟା ମଧ୍ୟରେ ହେବାକୁ ଥିବା ବର୍ଷା ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, ଝାରସୁଗୁଡା, ସୁନ୍ଦରଗଡ଼,ଦେଓଗଡ, କେନ୍ଦୁଝର ଜିଲ୍ଲାଗୁଡିକରେ ହେବାର ସମ୍ଭାବନା ରହିଛି । ତେବେ ୧୬ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିବା ସହ ୧୭ରୁ ତାପମାତ୍ର ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପୂର୍ବାନୁମାନ କରିଛି ।