ଭୁବନେଶ୍ୱର(ଏଟିଆର ବ୍ୟୁରୋ): ସାରା ବିଶ୍ୱରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଏହାର ପ୍ରଭାବ ଭାରତରେ ମଧ୍ୟ ପଡିଛି । ଭାରତରେ ୯୦୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିଭଳି ଓଡିଶାରେ ବର୍ତ୍ତମାନ ସୁଦ୍ଧା ୮୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ରାଜ୍ୟରେ ସର୍ବାଧିକ ୨୯୨ ଜଣ କରୋନା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି ।
ଆଜି ଗଞ୍ଜାମ ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଉଭୟ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ୩୮ ଓ ୪୫ ବର୍ଷ ବୋଲି ସୂଚନା ରହିଛି । ଉଭୟ ନିକଟରେ ସୁରଟରୁ ଫେରିଥିଲେ । ତେବେ ରାଜ୍ୟରେ ପୂର୍ବରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସୋମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ଗଞ୍ଜାମ ଜିଲ୍ଲାର ଜଣେ ହୋଇଥିବାର ବୋଲି ଖବର ରହିଛି । ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ ସୁସ୍ଥ ହୋଇଥିବା ବେଳେ ୬୨୭ଟି ସକ୍ରିୟ କେସ୍ ରହିଛି ।