ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଉ ନାହାନ୍ତି ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ । ତାଙ୍କ ବିୟୋଗରେ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ପିଣ୍ଟୁଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି । ସେ କହିଛନ୍ତି କି, ନିଖୁଣ ଅଭିନୟ ପାଇଁ ଦର୍ଶକଙ୍କ ହୃଦୟରେ ପିଣ୍ଟୁ ସର୍ବଦା ସ୍ମରଣୀୟ ହୋଇ ରହିବେ ।
ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି ।
ଅନ୍ୟପଟେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶା ଦାସ, ବିଜେଡି ସାଂସଦ ମାନସ ମଙ୍ଗରାଜ ମଧ୍ୟ ଶୋକବ୍ୟକ୍ତ କରିବା ସହ ଓଡିଆ ସିନେ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ।