ଭୁବନେଶ୍ୱର(ଏଟିଆର ବ୍ୟୁରୋ): ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ଦିଆଯାଇଛି ।
One more Covid patient of Bhubaneswar has recovered and is being discharged today.
The total recovered cases now stand at 56.
— H & FW Dept Odisha (@HFWOdisha) May 2, 2020
ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣା ପଡିଛି ।
ଅନ୍ୟପଟେ ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିଚାଲିଛି । ଖାସ୍ କରି ଏବେ ଯାଜପୁର, ବାଲେଶ୍ୱର ଏବଂ ଭଦ୍ରକ ରେଡ୍ ଜୋନ୍ ରେ ରହିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬ କୁ ଛୁଇଁଥିବା ବେଳେ ସେମାନଙ୍କ ମଧ୍ୟରୁ ୫୬ ଜଣ ସୁସ୍ଥ ହୋଇଗଲେଣି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।