ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହା ସହ ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଛି ମହାମାରୀ । ଆଜି ଗଞ୍ଜାମ ଜିଲ୍ଲାରୁ ଜଣେ ୬୮ ବର୍ଷୀୟ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ସେ କରୋନା ଭାଇରସରେ ଆକ୍ରାନ୍ତ ଥିଲେ । ଏହା ସହ ତାଙ୍କୁ ଡାଇବେଟିସ ମଧ୍ୟ ଥିଲା । ବହୁଧିନ ହେବ ସେ ଚିକିତ୍ସିତ ହେଉଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Regret to inform the demise of a 68-year old Covid positive Male of Ganjam district.
He was also suffering from the comorbid conditions of Hypertension and Diabetes.
— H & FW Dept Odisha (@HFWOdisha) June 27, 2020
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ସୂଚନା ଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୬ ହଜାର ୩୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪ ହଜାର ୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୯୦୩ ଟି ସକ୍ରିୟ କେସ୍ ରହିଛି ।