ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଭୟଙ୍କର ରୂପ ନେଉଛି କରୋନା । ଆଜି ପୁଣି ଆଉ ଏକ ଜୀବନ ନେଇଛି ମହାମାରୀ କରୋନା । ଗଞ୍ଜାମ ଜିଲ୍ଲାରେ ଜଣେ ୪୬ ବର୍ଷୀୟ ପୁରୁଷ କରୋନା ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୫ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Regret to report that a 46 year old Covid positive Male of Ganjam district passed away while under treatment in hospital for Covid pneumonia.
— H & FW Dept Odisha (@HFWOdisha) June 22, 2020
ସୂଚନା ଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫ ହଜାର ୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ହଜାର ୭୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫୬୨ଟି ସକ୍ରିୟ କେସ୍ ରହିଛି ।