କଟକ (ଏଟିଆର ବ୍ୟୁରୋ): ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଜଷ୍ଟିସ ଶୁଭାଶିଷ ତାଳପତ୍ର ଏବଂ ଆଇନଜିବୀ ସଞ୍ଜୟ କୁମାର ମିଶ୍ର ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିବା ଉତ୍ସବରେ ଉଭୟଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍ ମୁରଲୀଧର ଶପଥପାଠ କରାଇଛନ୍ତି ।
ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଗତ ମାସ ୨୭ ରେ ବିଭିନ୍ନ ହାଇକୋର୍ଟର ବିଚାରପତିଙ୍କ ବଦଳି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେହିକ୍ରମରେ ଓଡିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାସ୍ କୋଲକାତାକୁ ବଦଳି ହୋଇଥିଲେ । ସେହିପରି ତ୍ରିପୁରା ହାଇକୋର୍ଟରୁ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ବଦଳି କରାଯାଇ ଓଡିଶା ହାଇକୋର୍ଟରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।