କଟକ(ଏଟିଆର ବ୍ୟୁରୋ): ପରୀ ହତ୍ୟାକାଣ୍ଡ ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଦାୟର ହେଲା ଜନସ୍ବାର୍ଥ ମାମଲା ।ଉଭୟ ବିଜେପି ଓ କଂଗ୍ରେସ ବିଧାୟକ ଗୃହରେ ହୋହଲ୍ଲା କରିଥିଲେ । ପରୀର ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଛି ।ବାଧ୍ୟହୋଇ ବାଚସ୍ପତି ୩ଟା ପର୍ୟ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।
ଜୁଲାଇ ୧୪ ତାରିଖ ଦିନ ଘର ଆଗରେ ଖେଳୁଥିବା ସମୟରେ ନିଖୋଜ ହୋଇଯାଇଥିଲା ପରୀ ।ପରିବାର ଲୋକେ ବହୁ ଖୋଜାଖୋଜି କରି ଝିଅକୁ ନପାଇ ସଦର ଥାନାରେ ଅଭିଯୋଗ କରିଥିଲେ ।ପେଲିସ ଟିମ୍ ଗଠନ କରି ତଦନ୍ତ କରିବା ସହ ଡଗ୍ ସ୍କ୍ବାର୍ଡ ଆଣି ଖୋଳତାଡ କରିଥିଲା ।
୨୩ ତାରିଖ ଅପରାହ୍ନରେ ବାଡି ପଟ ଗାଡିଆ କୂଳରେ ବସ୍ତାରେ ବନ୍ଧା ଅବସ୍ଥାରେ ଝିଅର ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହ ମିଳିଥିଲା । ଘଟଣାକୁ ୪ ମାସ ବିତିଯାଇଥିଲେ ମଧ୍ୟ ଏଯାଏଁ ଅଭିଯୁକ୍ତଙ୍କୁ ଗିରଫ କରିପାରିନି ପୋଲିସ । ଯାହାକୁ ନେଇ ନୟାଗଡାରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।