ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ଆସନ୍ତା ଅଗଷ୍ଟ ରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଆଜି ଏକ ସାମ୍ବାଦିକ ସମ୍ମୀଳନୀରେ ଶ୍ରୀ ଦାସ ଏହି ସୂଚନା ଦେଇଛନ୍ତି । ଅଗଷ୍ଟ ତୃତୀୟ ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବ । ଅନ୍ୟପଟେ ଜୁଲାଇ ୨୯ ରେ ମାଟ୍ରିକ ଫଳ ପ୍ରକାଶ ପାଇବ ବୋଲି ଘୋଷଣା ହୋଇଛି ।
ଏନେଇ ମଧ୍ୟ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାସ । ଶ୍ରୀ ଦାସ ସୂଚନା ଦେଇ କହିଛନ୍ତି ରେଜଲ୍ଟ ୨ ଟି ବୋର୍ଡ ୱେବ ସାଇଟରେ ପ୍ରକାଶ ପାଇବ । ଛାତ୍ରଛାତ୍ରୀ ମାନେ ଏସଏମଏସ ମାଧ୍ୟମରେ ମଧ୍ୟ ରେଜଲ୍ଟ ଦେଖି ପାରିବେ ।
ସୂଚନାଯୋଗ୍ୟ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚଳିତ ବର୍ଷ ମାଟ୍ରିକ ଖାତା ମୂଲ୍ୟାୟନରେ ବିଳମ୍ବ ହୋଇଥିଲା । ଚଳିତ ବର୍ଷ ୫ ଲକ୍ଷ ୬୦ ହଜାର ପରିକ୍ଷାର୍ଥୀ ୨୮, ୮୮ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ।