ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବିଧାୟକ ବିଷ୍ଣୁଚରଣ ସେଠୀଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ରାଜ୍ୟପାଳ ଟ୍ୱିଟ କରି କହିଛନ୍ତି କି,ବିଷ୍ଣୁ ସେଠୀଙ୍କ ଭଳି ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ଆଉ ନାହାନ୍ତି । ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରୁଛି । ସେହିପରି ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି କି, ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।