ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିଅନୁଯାୟୀ ଆଜିଠୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ । ଏହା ମେ ୬ ତାରିଖ ଯାଏଁ ଚାଲିବ । ଏହାପରେ ମେ ୭ରେ ନାମାଙ୍କନ ଯାଞ୍ଚ, ମେ ୯ ରେ ପାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ।
ରାଜ୍ୟରେ ମେ ୨୫ ତାରିଖରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହି ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ମତଦାନ । ତୃତୀୟ ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ଆସନ ରହିଛି ।