ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପଦମପୁର ଉପନିର୍ବାଚନ ପାଇଁ ଚାଲିଛି ମତଦାନ । ଶାନ୍ତିଶୃଙ୍ଖଳାର ସହ ଭୋଟ ଦେଉଛନ୍ତି ଭୋଟର । ସକାଳ ୧୧ ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ ହୋଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।
କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚାଲିଛି ମତଦାନ । ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ଗ୍ରହଣ କରାଯିବ । ମୋଟ ୩୧୯ ଟି ବୁଥରେ ଚାଲିଛି ମତଦାନ । ଏହା ମଧ୍ୟରେ ୧୫ଟି ମଡେଲ ଓ ୬ଟି ପିଙ୍କ ବୁଥ୍ ରହିଛି ।
ପ୍ରତ୍ୟେକ ବୁଥ ପାଇଁ ୪ ଜଣ ଲେଖାଏଁ ପୋଲିଂ ଅଧିକାରୀଙ୍କୁ ମିଶାଇ ନିର୍ବାଚନମଣ୍ଡଳୀରେ ମୋଟ୍ ୧୨୭୬ ଜଣ ପୋଲିଂ କର୍ମଚାରୀ ନିୟୋଜିତ ଅଛନ୍ତି ।