ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶା ବିଧାନସଭାରେ ପ୍ରମିଳା ମଲ୍ଲିକ ହେଲେ ପ୍ରଥମ ମହିଳା ବାଚସ୍ପତି । ବାଚସ୍ପତି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକ । ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ବାଚସ୍ପତି ପଦ ପାଇଁ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି ପ୍ରମିଳା ମଲ୍ଲିକ । କାରଣ ତାଙ୍କ ବ୍ୟତିତ ଅନ୍ୟ କେହି ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିନଥିଲେ ।