ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆଜି ହେଉଛି ଉକ୍ରଳ ଦିବସ । ଏହି ଅବସରରେ ଓଡିଶା ବାସୀଙ୍କୁ ଟ୍ୱିଟି୍ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ରାଜ୍ୟପାଳ। ଓଡିଶା ଆଜି ସ୍ୱତନ୍ତ୍ର ପ୍ରଦେଶ ଭାବେ ୮୪ ବର୍ଷରେ ପାଦ ଥାପିଛି । ତେବେ ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସର ପ୍ରଭାବ ପଡିଛି । ଯାହା ପାଇଁ ଉକ୍ରଳ ଦିବସ ମଧ୍ୟ ପ୍ରଭାବିତ ହୋଇଛି । ତେବେ ଉକ୍ରଳ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱିଟ୍ କରି ଲେଖିଛନ୍ତି ଯେ ଉକ୍ରଳ ଦିବସ ଅବସରରେ ସମସ୍ତ ଓଡିଶା ବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା ।
ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା । #OdishaDay
— President of India (@rashtrapatibhvn) April 1, 2020
ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।
Utkala Dibasa greetings to my sisters and brothers of Odisha. Praying for Odisha's constant progress and prosperity in the times to come.
— Narendra Modi (@narendramodi) April 1, 2020
ପବିତ୍ର ଓଡିଶା ଦିବସ ଉପଲକ୍ଷେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ୍ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ ଦେଇଛନ୍ତି। #UtkalaDibasa pic.twitter.com/8JXgXQppQa
— Governor Odisha (@GovernorOdisha) April 1, 2020
ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟରରେ ଲେଖିଛନ୍ତି ଯେ ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା । ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଟ୍ୱିଟ କରି ଲେଖିଛନ୍ତି ଯେ, ପବିତ୍ର ଓଡିଶା ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ ଦେଇଛନ୍ତି।