ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରଙ୍କ ପାଇଁ ଶିକ୍ଷାଦାନ ଯଥାଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ କହିଛନ୍ତି । ତେଣୁ SRC ମାର୍ଗଦର୍ଶିକା ଅନୁସାରେ ପ୍ରସ୍ତୁତ ହେଉଛି ଏସଓପି ।
ଆସନ୍ତା ୮ ତାରିଖରେ ଖୋଲିବ ନବମ ଓ ଏକାଦଶ କ୍ଲାସ । ଏଥିପାଇଁ ସବୁ ପ୍ରକାର ବ୍ୟବସ୍ଥା ସରିଛି । ପୂର୍ବରୁ ଅଙ୍ଗନବାଡି କେନ୍ଦ୍ର ଖୋଲିସାରିଛି । ଶିକ୍ଷା ବିଭାଗ ଦ୍ୱାରା ଗାଇଡଲାଇନକୁ ଦୃଷ୍ଟିରେ ରଖି ଏକ ବିସ୍ତୃତ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରଣାଳୀ ପ୍ରସ୍ତୁତ ହେଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
ଦକ୍ଷତା ଥିବା ପ୍ରାଥମିକ ସ୍କୁଲ ଶିକ୍ଷକଙ୍କ ଶିକ୍ଷାଦାନ ପାଇଁ ନିୟୋଜିତ କରିବାକୁ DEO ଓ BEOଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ଆବଶ୍ୟକ ପଡିଲେ ଅବସର ନେଇଥିବା ଶିକ୍ଷକ ନିୟୋଜିତ ହେବେ ବୋଲି ସମୀର ଦାସ କହିଛନ୍ତି ।
ସ୍କୁଲ ଖୋଲିବା ପୂର୍ବରୁ କ୍ଲାସରୁମ ସାନିଟାଇଜର କରାଯାଇଥିବା ବେଳେ ସଫେଇ କାମ ମଧ୍ୟ ଶେଷ ହୋଇଛି । ଦୀର୍ଘ ଦିନ ଧରି ବନ୍ଦ ରହିଥିବା ସ୍କୁଲ ଖୋଲିବା ନେଇ ପିଲାମାନେ ଓ ଅଭିଭାବକମାନେ ଉତ୍ସାହ ଅଛନ୍ତି ।