ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ଆସନ୍ତା କାଲି ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ପରିମାଣ ବଢିପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ସୂଚନା ଅନୁସାରେ ୯ ତାରିଖରେ ମାଲକାନଗିରି , ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସେହିପରି ରାୟଗଡା, ଗଞ୍ଜାମ, ଗଜପତି , କନ୍ଧମାଳ , ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ୨ ଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଅନ୍ୟପଟେ ୧୧ ତାରିଖ ସୁଦ୍ଧା ଦକ୍ଷିଣ ଉପକୂଳ ଓଡିଶା ଏବଂ ଉତ୍ତର ଉପକୂଳ ଓଡିଶାର ମଧ୍ୟମ ଧରଣର ବର୍ଷା ହେବ ।