ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ଆଜି ରାଜ୍ୟରେ ୭ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ । ଯାହାର ପ୍ରଭାବରେ ସ।। ରଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।
ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ଗଞ୍ଜାମ , କୋରାପସ୍ୱଙ୍କ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ସୋନପୁର, ଢେଙ୍କାନଳ, ବୌଦ୍ଧ , କନ୍ଧମାଳ, ବରଗଡ ଜିଲ୍ଲାପାଇଁ ୟେଲୋୱାର୍ଣ୍ଣି ଜାରି କରାଯାଇଛି ।