ଭୁବନେଶ୍ୱର(ଏଟିଆର ବ୍ୟୁରୋ): ବଙ୍ଗାପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡିଶା ଛୁଇବ ମୌସୁମୀ । ଦକ୍ଷିଣ ଓଡିଶା ଦେଇ ଓଡିଶା ଭିତରକୁ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ପଶ୍ଚିମ ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୪୮ ଘଣ୍ଟା ଭିତରେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ ।
ଫଳରେ ଆସନ୍ତା କାଲିଠୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ । ଏହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୪ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମରେ ପ୍ରବଳ ବର୍ଷା ହେବ । ସେହିପରି ରାୟଗଡ଼ା, ନବରଙ୍ଗପୁର, ପୁରୀ, କଳାହାଣ୍ଡି ଓ କନ୍ଧମାଳରେ ବି ପ୍ରବଳ ବର୍ଷା ଆଶଙ୍କା ଅଛି । ଏହି ସବୁ ଜିଲ୍ଲା ମାନଙ୍କରେ ବର୍ଷା ହେବା ସହ ଘଡଘଡି ମାରିବା ସହ ୩୦ରୁ ୪୦ କି.ମି ବେଗରେ ପବନ ବେହିବାର ସମ୍ଭାବନା ରହିଛି । ଅନ୍ୟପଟେ ଆଜି ପାଣିପାଗ ବିଭାଗରୁ ପକ୍ଷରୁ ସମ୍ବଲପୁରରେ ରାଜ୍ୟର ସର୍ବାଧିକ ୩୯.୧ ଡିଗ୍ରୀ ସେଲସିଏସ ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗିରିରେ ୩୯ ଡିଗ୍ରୀ, ଭୁବନେଶ୍ୱରରେ ୩୬.୨ ଡିଗ୍ରୀ ଓ କଟକରେ ୩୬.୪ ଡିଗ୍ରୀ ସେଲସିଏସ ରେକର୍ଡ କରାଯାଇଛି ।