ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ହୁ ହୁ ହୋଇ ବଢୁଛି କରୋନା । ରାଜଧାନୀ ଭୁବନେଶ୍ୱରରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟରୁ ୮ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି ।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ପୁଣି ବୃଦ୍ଧି ହେବାରେ ଲାଗିଛି । ଲଗାତର ଭାବେ ତିନି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହ ଉପରେ ରହିଛି । ସେହିପରି ବିଏମସି ଅଞ୍ଚଳରୁ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି । ସେହିପରି ଏସବିଆଇର ମୁଖ୍ୟକାର୍ଯ୍ୟାଳୟରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି ।