ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆସନ୍ତାକାଲି ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ । ଓଡିଶାରେ ଏହା ଆଂଶିକ ଭାବେ ଦୃଶ୍ୟମାନ ହେବ । ଭାରତର ରାଜସ୍ଥାନ, ହରିଆଣା, ଉତ୍ତରାଖଣ୍ଡର କିଛି ଅଞ୍ଚଳରେ କଙ୍କଣାକୃତି ଦୃଶ୍ୟ ହେବ । ଗ ଭୁବନେଶ୍ୱରରେ ଗ୍ରହଣ ସ୍ପର୍ଶ ଦିବା ୧୦ଟା ୩୮ ମିନିଟ୍ ୮ ସେକେଣ୍ଡରେ, ଗ୍ରହଣ ମଧ୍ୟ ଦିବା ୧୨ଟା ୨୬ ମିନିଟ୍ ୯ ସେକେଣ୍ଡ ଏବଂ ସର୍ବମୋକ୍ଷ ଦିବା ୨ଟା ୯ ମିନିଟ୍ ୫୧ ସେକେଣ୍ଡରେ ହେବ ।ଗ୍ରହଣର ସ୍ଥିତିକାଳ ଓଡ଼ିଶାରେ ୩ ଘଣ୍ଟା ୩୧ ମିନିଟ୍ଠାରୁ ୩ ଘଣ୍ଟା ୩୩ ମିନିଟ୍ ରହିବ ।
ଗ୍ରହଣ ସ୍ପର୍ଶର ୧୨ ଘଣ୍ଟା ପୂର୍ବରୁ ଶନିବାର ରାତି ୧୦ଟା ୩୮ଠାରୁ ପାକତ୍ୟାଗ ତଥା ଅନ୍ନଭୋଜନ ଏବଂ ଦେବନୀତି ନିଷେଧ ରହିବ । ତେବେ ସର୍ବମୋକ୍ଷ ଦିବା ୨ଟା ୯ ମିନିଟ୍ ପର୍ୟ୍ୟନ୍ତ ସୂର୍ୟ୍ୟୋପରାଗର ବିଧିବିଧାନ ପାଳନ ହେତୁ ଏହି ସମୟ ମଧ୍ୟରେ ଦେବନୀତି ଓ ଅନ୍ନଭୋଜନାଦି ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ସୌର ଚଷମା, ୧୪ ନମ୍ବର ୱେଲଡିଂ କାଚ, ପିନକଣା ପ୍ରକ୍ଷେପଣ ଓ ଦର୍ପଣ ମାଧ୍ୟମରେ ପ୍ରତିଫଳନ କରି ସୂର୍ଯ୍ୟ ପରାଗ ହେବ ।