କୋଲକାତା(ଏଟିଆର ବ୍ୟୁରୋ): ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ସୈାରଭ ଗାଙ୍ଗୁଲି ହୃଦଘାତର ଶିକାର ହୋଇଥିବା ବେଳେ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭତ୍ତି କରାଯାଇଛି ।
ସୈାରଭ ଜିମରେ ବ୍ୟାୟମ କରୁଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ସେଠାରୁ ତୁରନ୍ତ ତାଙ୍କୁ ହସ୍ପିଟାଲ ନିଆଯାଇ ତାଙ୍କର ଚିକିତ୍ସା ଜାରି କରାଯାଇଛି । ଆଜି ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯିବ । ଡ. ସରୋଜ ମଣ୍ଡଳଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ ଗଠନ କରାଯାଇ ତାଙ୍କର ଚିକିତ୍ସା କରାଯିବ ।