ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆସନ୍ତା କାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ଜାରି କରାଯାଇଛି ।
ସେହି ଜିଲ୍ଲାମାନଙ୍କ ମଧ୍ୟରେ ରହିଛି ମୟୂରଭଞ୍ଜ, କେନ୍ଦୁଝର , ସୁନ୍ଦରଗଡ , ଝାରସୁଗୁଡା , କଳାହାଣ୍ଡି , ନବରଙ୍ଗପୁର , ବରଗଡ , ବଲାଙ୍ଗିର ଓ ନୂଆପଡା ଆଦି ଜିଲ୍ଲାରରେ ବର୍ଷା ହେବାର ସମ୍ଭାବନା ରହିଛି ।ସେହିପରି ଏହାପରେ ୨୬ ଓ ୨୭ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲାର ଅନେକ ଅଞ୍ଚଳରେ ଘଡଘଡି ବର୍ଷା ହେବ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ । ଗତକାଲି ରାଜଧାନୀର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡଘଡି ହୋଇଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଅନୁମାନ କରାଯାଉଛି ।