ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଚଳିତ ବର୍ଷ ରାଜ୍ୟରେ ବର୍ଷାର ପରିମାଣ କମ ରହିଛି । ତେବେ କିଛିଦିନ ପୂର୍ବେ ସୃଷ୍ଟି ହୋଇଥିବା ଲଘୁଚାପ ଆବଶ୍ୟକ ପରିମାଣ ବର୍ଷା ହୋଇ ନଥିଲା । ଅନ୍ୟପଟେ ଉତ୍ତର ଉପକୂଳ ଓଡିଶା ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ତେବେ ଏହା ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ଲଘୁଚାପ ଅବପାତର ପରିଣତ ହୋଇଛି ।
ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ପରିମାଣରେ ବର୍ଷା ହେବାର ସମ୍ଭାବନା ନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ଆସନ୍ତା ଦୁଇଦିନ ପ୍ରବଳରୁ ଅତି ପ୍ରବଳ ପରିମାଣର ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଏହା ସହ ରାଜ୍ୟରେ ସମସ୍ତ ବନ୍ଦର ପାଇଁ ୩ନମ୍ବର ସର୍ତକ ସୂଚନା ଜାରି କରାଯାଇଛି । ଲଘୁଚାପ ପଶ୍ଚିମରୁ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ସେହିପରି ମନସୁନ୍ ଟ୍ରପ୍ଲାଇନ୍ ଯାହା ଜୟସାଲମେର, କୋଟା, ଗୁନା, ଜବଲପୁର, ପେଣ୍ଡ୍ରା ରୋଡ୍ ଦେଇ ଗତି କରୁଛି ତାହା ଲଘୁଚାପର କେନ୍ଦ୍ର ଦେଇ ଗତି କରିବ ।
ପରେ ଏହା ଉତ୍ତର ଉପକୂଳ ଓଡ଼ିଶା ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହୋଇଥିବାରୁ ଶନିବାର ଓ ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସମସ୍ତ ମସ୍ୟଜୀବିମାନଙ୍କୁ କୁହାଯାଇଛି । ଏହାସହ ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସତର୍କ ରହିବା ସହ ଆଲର୍ଟ ରହିବା ପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024