ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଗତକାଲି ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ମୃତ୍ୟୁ ଘଟିଥିଲା । ଯାହାଫଳରେ ସାରା ଦେଶ ସ୍ତବ୍ଧ ହୋଇପଡିଛି ।
ବାଜପେୟୀଙ୍କ ବିୟୋଗରେ ଗୋଟେପଟେ ଭାରତ ସରକାରଙ୍କ ପକ୍ଷରୁ ୭ ଦିନ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଥିବା ବେଳେ, ଅନ୍ୟ ପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ଓ କଲେଜ ସମେଜ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି ।
ଏହାସହିତ ୭ ଦିନ ଯାଏଁ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ।