ମାଲକାନଗିରି(ଏଟିଆର ବ୍ୟୁରୋ): ଆଜିଠରାରୁ ଆରମ୍ଭ ହେବାକୁ ଯାଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍କାର୍ଟ କାର୍ଡ ବଣ୍ଟନ । ମାଲକାନଗିରି ଜିଲ୍ଲାରୁ ଏହି ବିଏସକୋୱାଇ ସ୍କାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ଆଜି ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବିଜୁ ଜନତା ଦଳର କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଛି । ଏହି ସମସ୍ତ କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି ବିଗେଡିର ସାଂଗଠନିକ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ।
ରାଜ୍ୟର ବରିଷ୍ଠ ନେତାମାନେ ମାଲକାନଗିରିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ସଫଳ କରିବାକୁ ପ୍ରସ୍ତୁତି ଜାରି ରଖିଛନ୍ତି । ଏଥିପାଇଁ ୩୮୧ ଟି ସ୍ୱାସ୍ଥ୍ୟ କାର୍ଡ ବିତରଣ କେନ୍ଦ୍ରର ବ୍ୟବସ୍ଥା ରହିଛି । ଆସନ୍ତା ୨୧ ରୁ ୨୫ ତାରିଖ ମଧ୍ୟରେ ସମସ୍ତ କାର୍ଡ ଅଣ୍ଟନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।
ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୁରା ଜିଲ୍ଲାରେ ହାଇଆଲର୍ଟ ଜାରି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ପାଇଁ ପୁଲିସ୍ ପକ୍ଷରୁ ଆଜି ମକ୍ ଡ୍ରିଲ୍ କରାଯାଇଛି । ବିଭିନ୍ନ ସ୍ଥାନରେ ଗାଡ଼ିମୋଟର ଚେକିଂ କରାଯାଉଛି । ଜିଲ୍ଲାର ଆନ୍ଧ୍ର,ଛତିଶଗଡ଼ ସୀମାକୁ ସିଲ୍ କରି ଦିଆଯାଇଛି । ସଭାସ୍ଥଳ ଜିଲ୍ଲା ସଂସ୍କୃତି ଭବନଠାରେ ପୁଲିସ୍ କଡ଼ା ପହରା ଦେଉଛି ।