ପୁରୀ(ଏଟିଆର ବ୍ୟୁରୋ): ଆଜି ଚୈତ୍ର କୃଷ୍ଣ ତୃତୀୟ ତିଥିରେ ଶ୍ରମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କା ଶ୍ରୀମୁଖ ଶୃଙ୍ଗାର କରିବେ । ଅପରାହ୍ନ ୫ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ।
ପ୍ରାକୃତିକ ପ୍ରଣାଳୀ ଦ୍ୱାରା ପ୍ରସ୍ତୁତ ପ୍ରଶାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ମହାପ୍ରଭୁଙ୍କ ଗୁପ୍ତନୀତି ହୋଇଥିବାରୁ ଦ୍ୱିପ୍ରହର ଧୂପ ସରିବା ପରେ ମନ୍ଦିରରେ ସମସ୍ତ କବାଟ ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ ।
ହଙ୍ଗୁଳ,ହରିତାଳ,କସ୍ତୁରୀ,ନାଲି,ଧଳା,ଓ ଭଳି ଶ୍ରୀମନ୍ଦିରର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।