ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆଜି ସକାଳୁ କରୋନା ରେ ଆକ୍ରାନ୍ତ ହୋଇ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାର ଖବର ଆସିଥିଲେ । ଦୁଇ ଜଣ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଥିଲା । ତେବେ ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର କରୋନା ନେଗେଟିଭ ରିର୍ପୋଟ ଆସିଛି । ଏଣୁ ବର୍ତ୍ତମାନ ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ୫ ନୁହେଁ, ବରଂ ୪ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆରଯାଇଛି ।
The 2nd death of Ganjam district yesterday was suspected Covid. Test report received from the laboratory now is negative for COVID-19.
Hence total Covid deaths of Odisha stand at 4.
— H & FW Dept Odisha (@HFWOdisha) May 17, 2020
ତେବେ ଆଜି ରାଜ୍ୟରେ ମୋଟ ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨୮ ରହିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ ସୁସ୍ଥ ହୋଇଥିବା ବେଳେ ୬୨୭ଟି ସକ୍ରିୟ କେସ୍ ରହିଛି ।