ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ଓଡିଶାର କେତକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏନେଇ ଆଞ୍ଚିଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର କିଛି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ରାଜ୍ୟରେ ସକ୍ରିୟ ରହିବ ବୋଲି ସୂଚନା ମିଳିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି ।
ନୂଆପଡା, ନବରଙ୍ଗପୁର, ଭଦ୍ରକ, ବରଗଡ, ବଲାଙ୍ଗିରୀ ଓ କଲାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ମାନଙ୍କରେ ଅରୋଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ଭଲପୁର, ଝାଡସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ମାନଙ୍କରେ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛି ।