ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ଦକ୍ଷିଣ-ପଶ୍ଚିମ ବାୟୁ ସକ୍ରିୟ ରହିଛି । ଫଲରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେବେଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ।
ସୁନ୍ଦରଗଡ, ନୂଆପଡା, ବଲାଙ୍ଗିରି ଜିଲ୍ଲାରେ ପ୍ରବଳବର୍ଷା ହେବାର ସମ୍ଭାବନା । ତେଣୁ ଏହି ସବୁ ଜିଲ୍ଲା ମାନଙ୍କରେ ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ସେହିଭଲି ନବରଙ୍ଗପୁର, କଳାହାଣ୍ଡି, ବରଗଡ, ଝାଡସୁଗୁଡା, ସମ୍ବଲପୁର ଓ ସୋନପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ମାନଙ୍କରେ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।