ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କାଲିଠାରୁ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ଉତ୍ତର ଛତିଶଗଡ ଓ ଉତ୍ତର ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ଏହି ସମୟରେ ପବନର ବେଗ ୫୦ରୁ ୬୦ କିଲୋମିଟର ରହିବାର ସମ୍ଭାବନା ରହିଛି ।
ଏଥିପାଇଁ ଆସନ୍ତା ୧୬ତାରିଖ ଯାଏ ୯ଟି ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୪୮ ଘଣ୍ଟା ପାଇଁ ୧୨ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, କଳାହାଣ୍ଡି ଓ କନ୍ଧମାଳ । ୧୬ ତାରିଖ ପରଠାରୁ ତାପମାତ୍ରା ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।