ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ଲଘୁଚାପ ଜନିତ ବର୍ଷା ଡେରିରେ ଆସିଥିଲା । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ଫଳରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି । ତେବେ ଆଉ ଏକ ଲଘୁଚାପ ଆସନ୍ତା ୨୩ ତାରିଖରେ ସୃଷ୍ଟି ହୋଇ ବଙ୍ଗୋପସାଗରରେ ଅବପାତର ରୂପ ନେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି ।
ତେବେ ଲଘୁଚାପକୁ ଆଖି ଆଗରେ ରଖି ପାଣିପାଗ ବିଭାଗ ପକ୍ଷରୁ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ ଓ ଦେବଗଡ ପାଇଁ ରେଡ ୱାର୍ଣ୍ଣ ଜାରି କରାଯାଇଛି । ସେହିପରି ନୂଆପଡା, କଳାହାଣ୍ଡି, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଂଜକୁ ପାଣିପାଗ ବିଭାଗ ପକ୍ଷର ୁଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ଆଜିଠୁ ବର୍ଷାର ପରିମାଣ କମିବ ସହ ୨୩ ତାରିଖରୁ ବର୍ଷା ବଢିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024