ଭୁବନେଶ୍ୱର(ଏଟିଆର): ଆସୁଛି ଆଉ ଏକ ଲଘୁଚାପ । ଆନ୍ଧ୍ର ଉପକୂଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ୧୩ ତାରିଖ ସୁଦ୍ଧା ସେହି ଅଞ୍ଚଳରେ ଲଘୁଚାପ ଘନୀଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିତ ପାଣିପାଗ ବିଭାଗ । ଏବେ ମୌସୁମୀ ଟ୍ରଫ ଲାଇନ ସମେତ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡା, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି କଟକ, ଜଗତସିଂହପୁର, ଯାଯପୁର, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ୧୨ ତାରିଖରୁ ବର୍ଷାର ପରିମାଣ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଥିବା ଜିଲ୍ଲା ଗୁଡିକରେ ଚାଷୀ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ଯେ, ଓଡ଼ିଶାର ଦକ୍ଷିଣରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଯାହା ୧୩ ତାରିଖରେ ଲଘୁଚାପ ରୂପ ନେବ। ଏହା ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେବ । ୧୪ ତାରିଖରେ ଏହା ମୁଖ୍ୟତଃ ପୂର୍ବ ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ଉପରେ ରହିବ। ତେବେ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବିଶେଷ ବର୍ଷା ହେବ ବୋଲି ପ୍ରଫେସର ପଶୁପାଳ ସୂଚନା ପ୍ରଦାନ କରିଛନ୍ତି । ୧୩ ତାରିଖରେ ଗୋପାଳପୁରରୁ ବଲାଙ୍ଗୀର ସଂଯୋଗ କରୁଥିବା ସରଳରେଖାର ଦକ୍ଷିଣରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହାର ପ୍ରଭାବ ୧୫ ତାରିଖ ପର୍ଯ୍ୟନ୍ତ ରହିବ ବୋଲି ସୂଚନା ମିଳିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ, ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବ । ମୌସୁମୀ ଦୁର୍ବଳ ଥିବାରୁ କମ ବର୍ଷା ହେବ ବୋଲି ସେ କହିଛନ୍ତି । ଏହା ମଧ୍ୟରେ ଲଘୁଚାପ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024